କେନ୍ଦ୍ରାପଡା ଆଳିରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଗାଡି ଉପରକୁ ଅଣ୍ଡାମାଡ ଘଟଣା ! ଆଜି ଆଉ ୨ ଜଣଙ୍କୁ ଗିରଫ କରିଛି ପୋଲିସ

22

କନକ ବ୍ୟୁରୋ : କେନ୍ଦ୍ରାପଡା ଜିଲ୍ଲା ଆଳିରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଗାଡି ଉପରକୁ ଅଣ୍ଡାମାଡ ଘଟଣାରେ ଆଜି ଆଉ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ପୂର୍ବରୁ ଏହି ଘଟଣାରେ ୭ ଜଣ ଗିରଫ ହୋଇଥିଲେ । ଗତ ସପ୍ତାହରେ ଜୁଏଲଙ୍କ ଗାଡି ଉପରକୁ ଅଣ୍ଡାମାଡ ହୋଇଥିଲା । ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଥିଲା । ଜୁଏଲଙ୍କ ଗାଡି ଉପରକୁ ବିଜେଡି କର୍ମୀ ଅଣ୍ଡମାଡ କରିଥିବା ଅଭିଯୋଗ ହୋଇଥିଲା । ଏହାପରେ ଅଣ୍ଡାମାଡ ପାଇଁ ସୁରକ୍ଷା ପାଇଁ ଗୃହମନ୍ତ୍ରୀ ରାଜନାଥ ସିଂହଙ୍କୁ ଜଣାଇଥିଲେ ଜୁଏଲ ଓରାମ ।