ଦିନକ ପରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୩୫ ସାଂସଦ ପ୍ରାର୍ଥୀ ଓ ୨୪୪ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଜନତା । 

131

କନକ ବ୍ୟୁରୋ:  ଦିନକ ପରେ ରାଜ୍ୟରେ ହେବ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ । ଏଥିରେ ୫ଗୋଟି ଲୋକସଭା ଆସନ ଯଥା- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ସହ ଏହା ଅଧୀନସ୍ଥ ୩୫ ଗୋଟି ବିଧାନସଭା ଆସନ ପାଇଁ ମତଦାନ ସାବ୍ୟସ୍ତ କରିବେ ଭୋଟର । ତେବେ ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୩୫ ଜଣ ସାଂସଦ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରିବେ । ଏମାନଙ୍କ ମଧ୍ୟରେ ୩୦ ଜଣ ପୁରୁଷ ଓ ୫ ଜଣ ମହିଳା ପ୍ରାର୍ଥୀ ଅଛନ୍ତି । ଏହି ନିର୍ବାଚନରେ ୩୫ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୧୪ ଜଣ ଜାତୀୟ ଦଳର, ୫ ଜଣ ରାଜ୍ୟସ୍ତରୀୟ ଦଳର, ୯ ଜଣ ଅନ୍ୟାନ୍ୟ ଦଳର ହୋଇଥିବାବେଳେ ୭ ଜଣ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନରେ ଅଂଶଗ୍ରହଣ କରିବେ ।

ସେହିପରି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନରେ ୨୪୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରିବେ । ଏମାନଙ୍କ ମଧ୍ୟରେ ୨୧୯ ଜଣ ପୁରୁଷ ଓ ୨୫ ଜଣ ମହିଳା ପ୍ରାର୍ଥୀ ଅଛନ୍ତି । ଏହି ନିର୍ବାଚନରେ ୨୪୪ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୯୭ ଜଣ ଜାତୀୟ ଦଳର, ୩୫ ଜଣ ରାଜ୍ୟସ୍ତରୀୟ ଦଳ, ୪୨ ଜଣ ଅନ୍ୟାନ୍ୟ ଦଳର ହୋଇଥିବାବେଳେ ୭୦ ଜଣ ସ୍ୱାଧୀନ ପାର୍ଥୀ ନିର୍ବାଚନରେ ଅଂଶଗ୍ରହଣ କରିବେ ।

ଅନ୍ୟପଟେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୯ ହଜାର ୧୧୭ ବୁଥରେ ୩୯ ଲକ୍ଷ ୪୫ ହଜାର ୦୨୫ ପୁରୁଷ ଭୋଟର, ୩୭ ଲକ୍ଷ ୪୭ ହଜାର ୪୯୩ ମହିଳା ଭୋଟର ଓ ୬୦୫ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ମୋଟ ୭୬ ଲକ୍ଷ ୯୩ ହଜାର ୧୨୩ ଜଣ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ ।