କାଲିଠାରୁ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ ! ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ ନିଷ୍ପତ୍ତି ।

60

କାଲିଠାରୁ ଖରା ଛୁଟି । ଆସନ୍ତା କାଲିଠାରୁ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍ତୁଲ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଥିବାରୁ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।

ତେବେ ଦିନକୁ ଦିନ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢିବାରେ ଲାଗିଛି । କିଛି ଦିନ ଧରି ସାରା ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହେଉଛି । ଏପରିକି ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇଗଲାଣି । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁଲାଣି ।

ଏହାକୁ ଦୃଷ୍ଟିରେ ରଖି ସ୍କୁଲଗୁଡିକୁ ଛୁଟି କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ ଏକ ପ୍ରସ୍ତାବ ଦିଆଯାଇଥିଲା । ତେବେ ଛୁଟି ହେୁଛି କି ନାହିଁ ସେନେଇ ମଧ୍ୟ ବିଭିନ୍ନ ସ୍ତରରେ ଭିନ୍ନ ମତ ପ୍ରକାଶ ପାଇଥିଲା । ତେବେ ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ ହେବା ପରେ ଆସନ୍ତା କାଲି ଠାରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ହେଉଥିବା ଜଣାପଡିଛି ।