ଆସନ୍ତାକାଲି ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

28

କନକ ବ୍ୟୁରୋ : ବିମୁଦ୍ରାକରଣ ପ୍ରତିବାଦରେ ଆସନ୍ତାକାଲି ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାରା ଦେଶରେ ବନ୍ଦ ପାଳନ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲି ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନଗୁଡିକୁ ବନ୍ଦ ଘୋଷଣା କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।