‘ଅଯୋଧ୍ୟା’ ନେଇ ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ । ମୁସଲମାନଙ୍କୁ ଦିଆଯିବ ବିକଳ୍ପ ଜାଗା । ମୁସଲିମ ପକ୍ଷଙ୍କୁ ୫ ଏକର ଜାଗା ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ

2,430

କନକ ବ୍ୟୁରୋ: ଅଯୋଧ୍ୟା ମାମଲା ନେଇ ବଡ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ । ମୁସଲମାନ ମାନଙ୍କୁ ଦିଆଯିବ ଅନ୍ୟ ଏକ ସ୍ଥାନ । ମୁସଲମାନ ପକ୍ଷଙ୍କୁ ବିକଳ୍ପ ସ୍ଥାନ ଯୋଗାଇ ଦେବାକୁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ସୁନି ୱାକଫ ବୋର୍ଡକୁ ୫ ଏକର ଜମି ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ତେବେ ବିବାଦୀୟ ଜମିକୁ ରାମ ଜନ୍ମଭୂମି ନ୍ୟାସକୁ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ମନ୍ଦିର ନିର୍ମାଣ ପାଇଁ ଟ୍ରଷ୍ଟ ତିଆରି ପାଇଁ କୋର୍ଟ ଆଦେଶ ଦେଇଛନ୍ତି । ଜମିର ମାଲିକାନା ସତ୍ତ୍ୱ ଟ୍ରଷ୍ଟକୁ ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ । ୩ ମାସ ଭିତରେ ଯୋଜନା ପ୍ରସ୍ତୁତ କରିବାକୁ କେନ୍ଦ୍ରକୁ ନିର୍ଦ୍ଦେଶ ।