ପୂର୍ବତନ ମେୟର ଅନନ୍ତ ନାରାୟଣ ଜେନାଙ୍କୁ ନୂଆ ଦାୟିତ୍ୱ ! ବିଡିଏ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ।

503

କନକ ବ୍ୟୁରୋ : ଭୁବନେଶ୍ୱରର ପୂର୍ବତନ ମେୟର ଅନନ୍ତ ନାରାୟଣ ଜେନାଙ୍କୁ ମିଳିଛି ନୂଆ ଦାୟିତ୍ୱ । ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଅଧ୍ୟକ୍ଷ ଭାବେ ଅନନ୍ତ ନାରାୟଣ ଜେନାଙ୍କୁ ଦାୟିତ୍ୱ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନନ୍ତ ଜେନାଙ୍କୁ ବିଡିଏ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ନିଯୁକ୍ତି ମିଳିବା ପରେ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ମେୟର ଅନନ୍ତ ଜେନା । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଦେଇଥିବା ଦାୟିତ୍ୱ ସୂଚାରୁରୂପେ ନିର୍ବାହ କରିବେ । ଅନନ୍ତ ନାରାୟଣ ଜେନା ଦୁଇ ଦୁଇ ଥର ଭୁବନେଶ୍ୱରର ମେୟର ପଦରେ ଅବସ୍ଥାପିତ ହୋଇଛନ୍ତି ।