ରାଜ୍ୟପାଳ ଭାବେ ଶପଥ ନେଲେ ଆନନ୍ଦୀବେନ୍‌ ପଟେଲ !

40

କନକ ବ୍ୟୁରୋ : ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ଆନନ୍ଦୀବେନ୍ ପଟେଲ ମଧ୍ୟପ୍ରଦେଶ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି । ଭୋପାଳର ରାଜ ଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ହେମନ୍ତ ଗୁପ୍ତା ଆଜି ଆନନ୍ଦୀବେନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ତାଙ୍କୁ ସ୍ୱାଗତ କରିଥିଲେ । ୨୦୧୪ ମସିହାରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଆନନ୍ଦୀବେନ୍ ଗୁଜରାଟ ମୁଖ୍ୟମନ୍ତ୍ରୀ ହୋଇଥିଲେ, କିନ୍ତୁ ୨୦୧୬ ମସିହା ଅଗଷ୍ଟ ମାସରେ ସେ ତାଙ୍କ ପଦରୁ ଇସ୍ତଫା ଦେବାପରେ ବିଜୟ ରୁପାନି ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।