ଗଡିଲା ‘ଦେବଦଳନ’ : ତାଳଧ୍ୱଜ ପରେ ଶ୍ରୀମନ୍ଦିର ଅଭିମୁଖେ ଗଡିଲା ହଦଳୀମୁହିଁ ଦେବୀ ସୁଭଦ୍ରାଙ୍କ ରଥ

62

କନକ ବ୍ୟୁରୋ: ନବଦିନାତ୍ମକ ଯାତ୍ରା ସାରି ଆଜି ଶ୍ରୀମନ୍ଦିର ଅଭିମୁଖେ ଗଡିଲା ଚତୁର୍ଦ୍ଧାମୂରତିଙ୍କ ରଥ । ପ୍ରଥମେ ବଡ ଭାଇ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିବା ପରେ ପଛେ ପଛେ ଗଡିଲା ଦେବୀ ସୁଭଦ୍ରା ଦେବଦଳନ ରଥ । ପରମ୍ପରା ଅନୁଯାୟୀ ସମସ୍ତ ନୀତି ସୁଂଖଳିତ ଭାବେ ଶେଷ ହୋଇଛି । ତେବେ ନିର୍ଧାରିତ ସମୟ ପୂର୍ବରୁ ବଡ ଠାକୁର ଶ୍ରୀବଳଭଦ୍ରଙ୍କ ରଥ ତାଳଧ୍ୱଜ ରଥ ପ୍ରଥମେ ଟଣାହୋଇଥିଲା ବେଳେ ପଛେ ପଛେ ଗଡିଚାଲିଛି ହଳଦୀମୁହିଁ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ । ଝିପିଝିପି ବର୍ଷା ସତ୍ୱେ କାହିଁ କେତେ ଦୂରରୁ ଚତୁର୍ଦ୍ଧାମୂରତିଙ୍କ ରଥଦଉଡିକୁ ଟାଣିବା ପାଇଁ ଧାଇ ଆସିଛନ୍ତି ଭକ୍ତଗଣ ।

ପୂର୍ବରୁ ସ୍ଥିରୀକୃତ ହୋଇଥିଲା କି ଅପରାହ୍ନ ୪ଟା ସମୟରେ ରଥଟଣା ଆରମ୍ଭ ହେବ ବୋଲି କିନ୍ତୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ସବୁ ନୀତିକାନ୍ତି ନିର୍ଦ୍ଧାରିତ ସମୟ ପୂର୍ବରୁ ଶୃଙ୍ଖଳିତ ଭାବେ ଶେଷ ହୋଇ ରଥଟଣା ଆରମ୍ଭ ହୋଇଯାଇଛି। ଅପରାହ୍ନ ପ୍ରାୟ ୧.୩୦ମିନିଟରେ ବଡ଼ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥଟଣା ଆରମ୍ଭ ହୋଇଛି। ବର୍ଷା ହୋଇଥିଲେ ହେଁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଉତ୍ସାହ ପୂର୍ବବତ୍ ଜାରି ରହିଛି । ଶ୍ରୀମନ୍ଦିର ଅଭିମୁଖେ ଗଡ଼ିବା ଆରମ୍ଭ କରିଛି ତାଳଧ୍ୱଜ ଓ ଦେବଦଳନ ରଥ । ଘଣ୍ଟଘଣ୍ଟା, ହୁଳହୁଳି ଓ ଶଙ୍ଖ ଧ୍ୱନୀ ମଧ୍ୟରେ ଧୀରେଧୀରେ ଗଡ଼ିବାରେ ଲାଗିଛି ଦୁଇ ରଥ । ରଥର ଚତୁଃପାର୍ଶ୍ୱରେ ପୁଲିସ ପକ୍ଷରୁ କର୍ଡନ କରାଯାଇଛି। ଫଳରେ ବିନା କୌଣସି ଅସୁବିଧାରେ ଚାଲିଛି ରଥଟଣା କାର୍ଯ୍ୟ ।