ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକ ଲାଗି : ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅନୁଷ୍ଠିତ ହେବ ନୀତି, ୪ଘଂଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

92

କନକ ବ୍ୟୁରୋ: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଦ୍ବିତୀୟ ଭୋଗମଣ୍ଡପ ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥି ପାଇଁ ଅପରାହ୍ନ ୪ଟା୩୦ରୁ ରାତି ୮ଟା ୩୦ ପର‌୍ୟ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Source:srijagannath.in

ସୂଚନାଯୋଗ୍ୟ,  ପୌଷ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଗତ ସୋମବାର ପବିତ୍ର ପୂଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଥିବା ବେଳେ ମହାପ୍ରଭୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ବିଧି ଅନୁଯାୟୀ, ଗତରାତିରେ ଚନ୍ଦନ ଲାଗି ବଢ଼ିବା ପରେ ଭୋଗମଣ୍ଡପ ଘର ଆଗରୁ ଧୋପଖାଳ ହୋଇ ଚାନ୍ଦ ବନ୍ଧା ଯାଇଥିଲା ଏବଂ ଅଧିବାସ ନୀତି ଅନୁଷ୍ଠିତ ହୋଇଥିଲା।