ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ !

208

ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ । ଦେଶ ସ୍ୱାଧୀନତା ପରେ ଗଡ଼ଜାତ ରାଜ୍ୟଗୁଡ଼ିକର ମିଶ୍ରଣ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଥିବା ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ଆଜି ସମଗ୍ର ଦେଶରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହେଉଛି । ଏଥିପାଇଁ ମେଜର ଧ୍ୟାନଚାନ୍ଦ ନ୍ୟାସନାଲ ଷ୍ଟଡିୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ରନ୍ ଫର ୟୁନିଟି’ କାର୍ଯ୍ୟକ୍ରମକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପ୍ରାୟ ୨୦ ହଜାର ଲୋକ ଅଂଶ ଗ୍ରହଣ କରୁଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହିତ କେନ୍ଦ୍ର ଗୃହ ମନ୍ତ୍ରୀ ରାଜନାଥ ସିଂହ, କ୍ରୀଡ଼ା ମନ୍ତ୍ରୀ ରାଜ୍ୟ ବର୍ଦ୍ଧନ ସିଂହ ରାଠୋର ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୨ ତମ ଜୟନ୍ତୀ ଅବସରରେ ଦେଶ ସାରା ରନ ଫର ୟୁନିଟି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ରାଜନାଥ ସିଂହ ପଟେଲ ଚୌକ ସ୍ଥିତ ସର୍ଦ୍ଦାର ପଟେଲଙ୍କ ପ୍ରତିମା ଉପରେ ପୁଷ୍ପାଞ୍ଜଳି ଅର୍ପଣ କରିଛନ୍ତି ।