ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା । ନବୀନ ଧରିବେ ପ୍ରଚାରର ମଙ୍ଗ, ଜାଣନ୍ତୁ ଆଉ କାହାକୁ ମିଳିଲା ଷ୍ଟାର ପ୍ରଚାରକର ଟ୍ୟାଗ୍ ।

2,965

କନକ ବ୍ୟୁରୋ : ପ୍ରଚାର ମୈଦାନକୁ ଓହ୍ଲାଇବା ପୂର୍ବରୁ ବିଜେଡି ଘୋଷଣା କରିଛି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ୪୦ ଜଣିଆ ତାଲିକା ପ୍ରକାଶ କରିଛି ବିଜେଡି । ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଅନ୍ୟ ତାଲିକା ଘୋଷଣା କରିବ ଦଳ । ପ୍ରଥମ ୨ଟି ପର୍ଯ୍ୟାୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାର ତାଲିକାର ମଙ୍ଗ ଧରିବାକୁ ଥିବା ବେଳେ ଅନେକ ନୂଆ ଓ ପୁରୁଣା ନେତାଙ୍କୁ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରାଯାଇଛି ।


ନବୀନଙ୍କ ବ୍ୟତୀତ ଅନଙ୍ଗ ଉଦୟ ସିଂହଦେଓ, ପ୍ରସନ୍ନ ଆଚାର୍ଯ୍ୟ, ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଦଳ ଷ୍ଟାର ପ୍ରଚାରକର ଟ୍ୟାଗ୍ ଦେଇଛି । ସେହିଭଳି ସେଲିବ୍ରିଟି ଭାବେ ରାଜ୍ୟସଭା ସାଂସଦ ଅନୁଭବ ପଟ୍ଟନାୟକ, ଟିକେଟ ରେସରୁ ବାଦ ପଡିଥିବା ସିଦ୍ଧାନ୍ତ ମହାପାତ୍ର, କୁନା ତ୍ରିପାଠୀ, ଆକାଶ ଦାଶ ନାୟକ, ଅରିନ୍ଦମ ରାୟଙ୍କୁ ଦଳ ପ୍ରଚାର ମୈଦାନକୁ ଓହ୍ଲାଇବ ।

ସେହିଭଳି ହେଭିୱେଟ ନେତା ଭାବେ ପ୍ରଣବ ପ୍ରକାଶ ଦାଶ, ପ୍ରତାପ କେଶରୀ ଦେବ, ପ୍ରତାପ ଜେନା, ସଞ୍ଜୟ ଦାସବର୍ମାଙ୍କୁ ଦଳ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରିଛି । ଏହି ୪୦ ଜଣ ଷ୍ଟାର ପ୍ରଚାରକଙ୍କୁ ନେଇ ଦଳ ପ୍ରଚାର ମୈଦାନକୁ ଓହ୍ଲାଇବ ।