ରାଜ୍ୟସଭା ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ରାଜ୍ୟସଭା ପ୍ରାର୍ଥୀ ଅମର ପଟ୍ଟନାୟକ ଓ ସସ୍ମିତ ପାତ୍ର ।

116

କନକ ବ୍ୟୁରୋ: ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ଦୁଇ ବିଜେଡି ରାଜ୍ୟସଭା ପ୍ରାର୍ଥୀ ଅମର ପଟ୍ଟନାୟକ ଓ ସସ୍ମିତ୍ ପାତ୍ର । ସୂଚନା ମୁତାବକ, ବିଧାନସଭାର ସ୍ବତନ୍ତ୍ର ପ୍ରକୋଷ୍ଠରେ ରିଟର୍ଣ୍ଣିଂ ଅଫିସର ବିଷ୍ଣୁ ପ୍ରସାଦ ମିଶ୍ରଙ୍କ ନିକଟରେ ବିଜେଡି ରାଜ୍ୟସଭା ପ୍ରାର୍ଥୀମାନେ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି । ବିଜେଡି ରାଜ୍ୟସଭା ପ୍ରାର୍ଥୀଙ୍କ ସହ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ ।

ଅନ୍ୟପଟେ ଆଉ କିଛି ସମୟ ପରେ ଭାଜପା ପକ୍ଷରୁ ପୂର୍ବତନ ଆଇଏଏସ୍ ଅଫିସର ଅଶ୍ୱିନୀ ବୈଷ୍ଣବ ନାମାଙ୍କନ ଦାଖଲ କରିବେ। ଭାଜପା ପ୍ରାର୍ଥୀ ଅଶ୍ୱିନୀଙ୍କୁ ବିଜେଡି ସମର୍ଥନ କରିବ ବୋଲି ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ସ୍ପଷ୍ଟ କରିଛନ୍ତି।

ସେପଟେ ମଙ୍ଗଳବାର ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ରହିଥିବା ବେଳେ ୨୬ ତାରିଖ ନାମାଙ୍କନପତ୍ର ଯାଞ୍ଚ କରାଯିବ। ଜୁଲାଇ ୫ତାରିଖ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ଅପରାହ୍ନ ୫ଟାରେ ଭୋଟ ଗଣତି ହେବ । ବିଜେଡ଼ି ପକ୍ଷରୁ ପୂର୍ବତନ ଏଜି ଅମର ପଟ୍ଟନାୟକ ଓ ମୁଖପାତ୍ର ସସ୍ମିତ ପାତ୍ର ନାମାଙ୍କନ ଦାଖଲ କରିଥିବା ବେଳେ ଭାଜପାର ଅଶ୍ୱିନୀ ବୈଷ୍ଣବଙ୍କ ସହ ମୋଟ୍ ୩ ଜଣ ପ୍ରାର୍ଥୀ ରାଜ୍ୟସଭା ସିଟ୍ ପାଇଁ ପ୍ରାର୍ଥୀ ହୋଇଛନ୍ତି ।