ବରୀରେ ବିଜେଡି ସୁପ୍ରିମୋଙ୍କ ମାରାଥନ ପ୍ରଚାର । ଜନସଭା ପରେ ବିଶାଳ ରୋଡ୍ ସୋ’, ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗୁଛନ୍ତି ନବୀନ ।

198

କନକ ବ୍ୟୁରୋ : ଯାଜପୁର ଜିଲ୍ଲା ବରୀରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମାରାଥନ୍ ପ୍ରଚାର । ବରୀରେ ଜନସଭା କରିବା ପରେ ରୋଡ୍ ସୋ’ରେ ବାହାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହାଇଟେକ୍ ବସରେ ବିଜେଡି ସମର୍ଥିତ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ବିଜେଡି ସୁପ୍ରିମୋ । ଚତୁର୍ଥ ପର୍ଯ୍ୟାୟ ତଥା ଆସନ୍ତା ଏପ୍ରିଲ ୨୯ ତାରିଖରେ ଯାଜପୁର ଜିଲ୍ଲାରେ ମତଦାନ ହେବ ।

ତେବେ ରୋଡ୍ ସୋ’ ପୂର୍ବରୁ ବରୀରେ ଏକ ଜନସଭାକୁ ସମ୍ବୋଧିତ କରିଥିଲେ ନବୀନ । ଜନସଭାରେ ବିଜେପିକୁ ଟାର୍ଗେଟ୍ କରିଛନ୍ତି ବିଜେଡି ସୁପ୍ରିମୋ । ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଲୋକମାନଙ୍କୁ ଅବଗତ କରାଇବା ସହ ବିଜେଡି ପ୍ରାର୍ଥୀଙ୍କୁ ଭୋଟ୍ ଦେବାକୁ ଅନୁରୋଧ କରିଛନ୍ତି ନବୀନ ।

ରାଜ୍ୟରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ରାତି ପାହିଲେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ପଡିବ । ସେପଟେ ଏପ୍ରିଲ ୨୯ ତାରିଖରେ ଓଡିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ହେବ । ଏଥିରେ ୬ଟି ଲୋକସଭା ଆସନ ( ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା ଓ ଜଗତସିଂହପୁର ) ଓ ଏହା ଅନ୍ତର୍ଗତ ବିଧାନସଭା ଆସନରେ ଭୋଟ ଗ୍ରହଣ ହେବ ।