ମୁଖ୍ୟମନ୍ତ୍ରୀଙ୍କୁ ବିରୋଧ ଭୟ : ବାଲେଶ୍ୱର ଗସ୍ତ ପୂର୍ବରୁ ବିଜେପି କର୍ମୀ ଅଟକ

18

ବାଲେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଘାରିଛି ବିରୋଧ ଭୟ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଜି ଶତାଧିକ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଅଟକ ରଖିଛି ବାଲେଶ୍ୱର ପୁଲିସ । ନବୀନ ପଟ୍ଟନାୟକ ଆଜି ବାଲେଶ୍ୱର ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି ।

ବାଲେଶ୍ୱର ଜିଲ୍ଲାର ସିମୁଳିଆ, ବାହାନଗା, ରେମୁଣା, ବାଲେଶ୍ୱର ସାଧାରଣ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ସଭାରେ ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ ।