ଯାତ୍ରୀବାହୀ ବସ-ଟ୍ରକ ମୁହାଁମୁହିଁ ଧକ୍କା । ଘଟଣାସ୍ଥଳରେ ଚାଲିଗଲା ୧୦ ଜଣଙ୍କ ଜୀବନ, ୨୫ ହେଲେ ଆହତ

628

କନକ ବ୍ୟୁରୋ: ରାଜସ୍ଥାନରେ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ । ବସ ଦୁର୍ଘଟଣା ହେବା କାରଣରୁ ଘଟଣା ସ୍ଥଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଏହି ଦୁର୍ଘଟଣାରେ ୨୫ ଜଣ ଆହତ ହୋଇଥିବା ମଧ୍ୟ ଜଣାଯାଇଛି । ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ବିକାନୀର ଜିଲ୍ଲା ଶ୍ରୀଡୁଙ୍ଗରଗଡ ଦେଇ ଯାଇଥିବା ୧୧ନମ୍ବର ଜାତୀୟ ରାଜପଥରେ ଏକ ବସ ଓ ଟ୍ରକ ମଧ୍ୟରେ ଦୁର୍ଘଟଣା ଘଟିଥିଲା। ତେବେ ଉଭୟ ଗାଡିର ବେଗ ଅଧିକ ଥିବା କୁହାଯାଉଛି ।

orissapost.com

ଉଭୟ ବସ ଓ ଟ୍ରକ ରାସ୍ତା ଉପରେ ଓଲଟି ପଡିଥିଲା । ଫଳରେ ଘଟଣାସ୍ଥଳରେ ହିଁ ୧୦ଜଣ ବସଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି । ଖବରପାଇ ପୁଲିସ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତି କରିଥିଲେ ।ଏବେ ବି ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଜଣାଯାଇଛି ।