ଛାତ୍ର ଅଶାନ୍ତି ପରେ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସାଇନ-ଏ-ଡାଏ ଘୋଷଣା, ସାଢେ ୧୦ ସୁଦ୍ଧା ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ

43

କନକ ବ୍ୟୁରୋ : ଛାତ୍ର ଆନ୍ଦୋଳନକୁ ଦୃଷ୍ଟିରେ ରଖି କୋରାପୁଟର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟକୁ ସାଇନ-ଏ-ଡାଏ ଘୋଷଣା କରାଯାଇଛି । ଛାତ୍ରମାନଙ୍କୁ ସାଢେ ୧୦ଟା ୩୦ ସୁଦ୍ଧା ହଷ୍ଟେଲ ଖାଲି କରିବାକୁ କୁହାଯାଇଛି । ୩୫ ଦଫା ଦାବି ନେଇ ବିଶ୍ୱବିଦ୍ୟାଳୟରେ ଛାତ୍ରମାନେ ଆନ୍ଦୋଳନ କରୁଛନ୍ତି । ଆନ୍ଦୋଳନରତ ଛାତ୍ରଙ୍କ ସହ ବାରମ୍ବାର ଆଲୋଚନା ହୋଇଥିଲେ ବି କୌଣସି ନିଷ୍କର୍ସ ବାହାରିପାରିନାହିଁ । ଫଳରେ କୁଳପତି ଆଜି ବିଶ୍ୱବିଦ୍ୟାଳୟକୁ ସାଇନ-ଏ-ଡାଏ ଘୋଷଣା କରିଛନ୍ତି । ପ୍ରଥମ ଥର ଲାଗି ବିଶ୍ୱବିଦ୍ୟାଳୟରେ ଏଭଳି ଘଟଣା ଦେଖିବାକୁ ମିଳିଛି ।