ଆସନ୍ତାକାଲି ଛତିଶଗଡ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ! ୧୯ଟି ଜିଲ୍ଲାର ୭୨ଟି ବିଧାନସଭା ଆସନ ପାଇଁ ହେବ ମତଦାନ ।

97

କନକ ବ୍ୟୁରୋ : ଆସନ୍ତାକାଲି ଛତିଶଗଡରେ ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ । ୧୯ଟି ଜିଲ୍ଲାର ୭୨ଟି ବିଧାନସଭା ଆସନ ପାଇଁ ଆସନ୍ତାକାଲି ମତଦାନ ହେବ । ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇ ସଂଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ମତଦାନ । ଛତିଶଗଡ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ବିଜେପି ଓ କଂଗ୍ରେସର ପ୍ରମୁଖ ନେତାଙ୍କ ସହ ୧ ହଜାର ୭୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ୧ କୋଟି ୫୩ ଲକ୍ଷ ୮୫ ହଜାରରୁ ଅଧିକ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ ।

ମତଦାନ ପାଇଁ ୧୯ ହଜାର ୨ଶହ ୯୬ଟି ଭୋଟ୍ ଗ୍ରହଣ କେନ୍ଦ୍ର କରାଯାଇଛି । ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟର ୯ ଜଣ ମନ୍ତ୍ରୀଙ୍କ ସହ ବାଚସ୍ପତି ଓ କଂଗ୍ରେସର ପ୍ରମୁଖ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ମତଦାନ ପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ମତଦାନ ହେବାକୁ ଥିବା ଅଂଚଳ ଗୁଡିକରେ ୧ ଲକ୍ଷ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି । ଛତିଶଗଡର ମାଓ ପ୍ରବଣ ଅଂଚଳରେ ଅଧିକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।