ତିନି ରଥରେ ଗଜପତି ମହାରାଜାଙ୍କ ଛେରାପହଁରା !

44

କନକ ବ୍ୟୁରୋ : ତିନି ରଥରେ ଛେରାପହଁରା କଲେ ପୁରୀ ଗଜପତି ଦିବ୍ୟସିଂହ ଦେବ । ପ୍ରଥମେ ତାଳଧ୍ୱଜରେ ଛେରାପହଁରା କରିବା ପରେ ଜଗତର ନାଥ ଜଗନ୍ନାଥଙ୍କ ନନ୍ଦିଘୋଷରେ କଲେ ଛେରାପହଁରା । ଆଉ ଶେଷରେ ଦେବୀ ସୁଭଦ୍ରାଙ୍କ ରଥ ଦେବଦଳନରେ ଛେରାପହଁରା କରିଛନ୍ତି ଗଜପତି ମହାରାଜ ।

ରଥାରୂଢ଼ ଠାକୁରଙ୍କ ଦର୍ଶନ ପାଇଁ ଭକ୍ତ ମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା । ରଥଯାତ୍ରା ଉପଲକ୍ଷେ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି । ସମସ୍ତେ ଅନେଇ ରହିଛନ୍ତି କେତେବେଳେ ତିନି ଠାକୁରଙ୍କ ରଥଟଣା ଆରମ୍ଭ ହେବ ଓ ରଥାରୂଢ଼ ଠାକୁରଙ୍କୁ ଦର୍ଶନ କରିବାର ସମୟ ଆସିବ ।