ଚିଲିକା ଡଙ୍ଗାବୁଡ଼ି ଘଟଣା : ୪ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

40

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଚିଲିକା ଡଙ୍ଗାବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏହି ଡଙ୍ଗାବୁଡ଼ି ଘଟଣାରେ ମୃତକମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏତଦ୍‌ବ୍ୟତୀତ ନିଖୋଜ ବ୍ୟକ୍ତିମାନଙ୍କୁ ଖୋଜିବା କାର୍ୟ୍ୟକୁ ତ୍ୱରାନ୍ଵିତ କରିବା ସହିତ ଉଦ୍ଧାର ହୋଇଥିବା ଆହତମାନଙ୍କୁ ମାଗଣା ଚିକିତ୍ସା ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଘୋଷଣା କରିଛନ୍ତି।