କଟକ ବସ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ! ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

1,616

କନକ ବ୍ୟୁରୋ : କଟକ ମହାନଦୀ ପୋଲ ଉପରୁ ବସ ତଳକୁ ଖସିପଡିବା ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ହୋଇଛି । ସେପଟେ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ମଧ୍ୟ ଘୋଷଣା କରିଛନ୍ତି । ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ନବୀନ । 

BUS accidentସେହିପରି ଆହତଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । କଟକ ବଡ ଡାକ୍ତରଖାନାରେ ବର୍ତ୍ତମାନ ଆହତଙ୍କର ଚିକିତ୍ସା ଚାଲିଛି । ସୂଚନା ଅନୁଯାୟୀ, ଆଜି ସନ୍ଧ୍ୟାରେ ତାଳଚେରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ଜଗନ୍ନାଥ ନାମକ ଏକ ଯାତ୍ରୀବାହୀ ବସ କଟକ ମହାନଦୀ ପୋଲ ଉପରୁ ତଳକୁ ଖସିପଡିଥିଲା । ବସରେ ଥିବା ପାଖାପାଖି ସମସ୍ତ ଯାତ୍ରୀ ଗୁରୁତର ଆହତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।