ଆଜି ଗଂଜାମ ଓ ଗଜପତି ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ: ଉନ୍ନୟନମୂଳକ ଯୋଜନାର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କାର୍ଯ୍ୟକ୍ରମ

26

କନକ ବ୍ୟୁରୋ : ଆଜି ଗଂଜାମ ଓ ଗଜପତି ଜିଲ୍ଲା ଗସ୍ତ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଭୟ ଜିଲ୍ଲାରେ ବହୁ ଉନ୍ନୟନମୂଳକ ଯୋଜନାର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଦିନ ପ୍ରାୟ ୧୧ ଟାରେ ଗଜପତି ଯିବେ ମୁଖ୍ୟମନ୍ତ୍ରୀ । ସେଠାରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ । ପରେ ମଧ୍ୟାହ୍ନ ସାଢେ ୧୨ ଟାରୁ ସାଢେ ୩ ଟା ଯାଏଁ ମୁଖ୍ୟମନ୍ତ୍ରୀଙ୍କ ଗଂଜାମ ଜିଲ୍ଲା ଗସ୍ତ କାର୍ଯ୍ୟସୂଚୀ ରହିଛି ।