ଶ୍ରେଷ୍ଠ ପ୍ରଶାସକ ପରେ ଆଦର୍ଶ ମୁଖ୍ୟମନ୍ତ୍ରୀ ସମ୍ମାନ ! ଭାରତୀୟ ଛାତ୍ର ସଂସଦ ଫାଉଣ୍ଡେସନ ପକ୍ଷରୁ ଆଜି ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରାଯିବ ଆଇଡଲ ସିଏମ ସମ୍ମାନ

41

କନକ ବ୍ୟୁରୋ: ଶ୍ରେଷ୍ଠ ପ୍ରଶାସକ ପରେ ଆଦର୍ଶ ମୁଖ୍ୟମନ୍ତ୍ରୀ ସମ୍ମାନ । ଭାରତୀୟ ଛାତ୍ର ସଂସଦ ଫାଉଣ୍ଡେସନ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଇଡଲ ସିଏମ ବା ଆଦର୍ଶ ମୁଖ୍ୟମନ୍ତ୍ରୀ ସମ୍ମାନ ପ୍ରଦାନ କରାଯିବ । ଏହି ସମ୍ମାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣେ ଗସ୍ତ କରିବେ । ସେଠାରେ ୧୦ ହଜାରରୁ ଅଧିକ ଛାତ୍ର ପ୍ରତିନିଧିଙ୍କୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି । ପୁଣେ କଥାରୁଡସ୍ଥିତ ମହାରାଷ୍ଟ୍ର ବୈଷୟିକ ପ୍ରତିଷ୍ଠାନ- ବିଶ୍ୱଶାନ୍ତି ବିଶ୍ୱବିଦ୍ୟାଳୟ ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏହି ସମ୍ମାନ ପ୍ରଦାନ କରିବେ ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲ ।

ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରାଳୟ, ୟୁନେସ୍କୋ ମାନବାଧିକାର ବେଂଚ ଓ ଆଇଏମଟି ସ୍କୁଲ ଅଫ ଗଭର୍ଣ୍ଣାନ୍ସ ପକ୍ଷରୁ ମିଳିତ ଭାବରେ ଏହି ସମ୍ମାନ ପ୍ରଦାନ କରାଯାଇଥାଏ ।ଗତବର୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଉଟଲୁକ ମାଗାଜିନ ପକ୍ଷରୁ ଶ୍ରେଷ୍ଠ ପ୍ରଶାସକ ସମ୍ମାନ ପ୍ରଦାନ କରାଯାଇଥିଲା ।