ବନ୍ୟାସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ! ୭ ଦିନ ମଧ୍ୟରେ କ୍ଷୟକ୍ଷତିର ରିପୋର୍ଟ ଦାଖଲ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

19

କନକ ବ୍ୟୁରୋ: ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ ବନ୍ୟା କ୍ଷୟକ୍ଷତିର ଆକଳନ କରି ୭ଦିନ ଭିତରେ ରିପୋର୍ଟ ଦେବେ ଜିଲ୍ଲାପାଳ । ରାଜ୍ୟ ସଚିବାଳୟରୁ ଭିଡିଓ କନଫରେନସିଂ ଜରିଆରେ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନଙ୍କ ସହ ସିଧାସଳଖ ଆଲୋଚନା କରି ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ବନ୍ୟା ପରବର୍ତ୍ତି ସ୍ଥିତିର କିଭଳି ମୁକାବିଲା କରାଯିବ ସେନେଇ ସମୀକ୍ଷା କରିଛନ୍ତି । ବିଦ୍ୟୁତ ସଂଯୋଗକୁ ସ୍ୱାଭାବିକ କରିବା ସହ କ୍ଷତିଗ୍ରସ୍ତ ହୋଇଥିବା ରାସ୍ତାଘାଟର ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ । ଏହି ଦୁଇଜିଲ୍ଲା ସହ ନବରଙ୍ଗପୁର ଓ କଟକ ଜିଲ୍ଲାର କେତେକ ସ୍ଥାନରେ ଜଳବନ୍ଦୀ ସମସ୍ୟା ନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ସଂପୃକ୍ତ ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରିଥିବା ଜଣାପଡିଛି ।

ସେପଟେ ରାୟଗଡ଼ା ଜିଲ୍ଲାର କଲ୍ୟାଣସିଂପୁର ଓ ରାୟଗଡ଼ା ବ୍ଲକରେ ବନ୍ୟା ମୁକାବିଲା ପଦକ୍ଷେପ ସନ୍ତୋଷଜନକ ଥିବା କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଉଦ୍ଧାର ଓ ରିଲିଫ୍ କାର୍ଯ୍ୟକୁ ଜୋରଦାର କରାଯାଇଥିବା ସେ ସୂଚନା ଦେଇଛନ୍ତି ।