ଲୁଣି ଅଞ୍ଚଳରେ ମିଳିବ ମିଠା ପାଣି । କେନ୍ଦ୍ରାପଡାରେ ଆଜି ବସୁଧା ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

199

କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରାପଡାର ମହାକାଳପଡା ବ୍ଲକ ସରୁମୁହିଁଠାରେ ବସୁଧା ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିବେ । ଏହାସହ ଏକ ବିରାଟ ସାଧାରଣ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୪୧କୋଟି ଟଙ୍କାର ଏହି ପ୍ରକଳ୍ପ ଦ୍ୱାରା ମହାକାଳପଡା ଓ ମାର୍ଶାଘାଇ ବ୍ଲକର ୨ଶହ ଗାଁକୁ ବିଶୁଦ୍ଧ ପାନୀୟ ଜଳ ମିଳିବ । ଏହି ପ୍ରକଳ୍ପ ଦ୍ୱାରା କେନ୍ଦ୍ରାପଡାବାସୀ ବିଶୁଦ୍ଧ ମିଠା ଜଳ ପାଇପାରିବେ ।

ଏହି ପ୍ରକଳ୍ପ ଦ୍ୱାରା ମହାକାଳପଡା ବ୍ଲକର ୧୪୮ ଟି ଗାଁ ଓ ମାର୍ଶାଘାଇ ବ୍ଲକର ୫୨ଟି ଗାଁର ଲୋକେ ବିଶୁଦ୍ଧ ପିଇବା ପାଣି ପାଇପାରିବେ । ଦିନ ୧୧ଟା ୩୦ ସମୟରେ ଏହି କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହାସହ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗର ନୂଆ ଟୋଲଫ୍ରୀ ହେଲ୍ପଲାଇନ ନମ୍ବର ମଧ୍ୟ ଜାରି କରାଯାଇଛି । ୧୯୧୬ ନମ୍ବରରେ କଲ କରି ନିଜ ଗାଁର ପାଣି ସମସ୍ୟା ବିଷୟରେ ଜଣାଇପାରିବେ ।