ରାଜ୍ୟରେ ବନ୍ୟା ସ୍ଥିତିି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ୩ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡ଼ିଓ କନଫରେନ୍ସିରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ । 

6

କନକ ବ୍ୟୁରୋ: ବାତ୍ୟା ଗଲା ବନ୍ୟା ଆସିଲା । ଲଗାଣ ବର୍ଷାରେ ବେହାଲ ଓଡ଼ିଶା । ବିଶେଷ କରି ରାଜ୍ୟର ତିିନି ଜିଲ୍ଲାରେ ଲଗାଣ ବର୍ଷାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯେଉଁଥି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ଏହାର ସମୀକ୍ଷା ବୈଠକ କରିଛନ୍ତି । ଗଞ୍ଜାମ, ଗଜପତି  ଏବଂ ରାୟଗଡ଼ା ଜିଲ୍ଲାର ଜିଲ୍ଲାପାଳଙ୍କ ସହିତ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ,  ଗଞ୍ଜାମ ଜିଲ୍ଲାରେ ଏୟାର ଲିଫ୍ଟର ଆବଶ୍ୟକତା ରହିଛି ବୋଲି ଜିଲ୍ଲାପାଳମାନେ ଜଣାଇଛନ୍ତି ।

ତେବେ ପ୍ରଭାବିତଙ୍କୁ ଅଞ୍ଚଳରେ ସମସ୍ତ ପ୍ରକାର ସୁବିଧା ଯୋଗାଇଦେବାକୁ ନିର୍ଦ୍ଦେଶ । ଲୋକମାନଙ୍କୁ ରନ୍ଧା ଖାଦ୍ୟ ଯୋଗାଇଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଲୋକମାନଙ୍କୁ କିଭଳି ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ କୁହାଯାଇଛି । ସେହିଭଳି ପ୍ରଭାବିତ ଅଞ୍ଚଳରେ ଫସି ରହିଥିବା ଲୋକଙ୍କ ଉଦ୍ଧାର କାର୍ଯ୍ୟ ତ୍ୱରାନିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ବିଶାଖାପାଟଣାରୁ ଉଦ୍ଧାର କାର୍ଯ୍ୟ ପାଇଁ ୨ଟି ହେଲିକପ୍ଟର ଆସୁଛି ।

heavy rainଅନ୍ୟପଟେ ଲଗାଣ ବର୍ଷାରେ ପ୍ରଭାବିତ ହୋଇଥିବା ସଂପୃକ୍ତ ଜିଲ୍ଲା ଗୁଡ଼ିକର କ୍ଷୟକ୍ଷତିର ଆକଳନ ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ୭ ଦିନ ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ରହିଛି । ଗଞ୍ଜାମ,  ଛତ୍ରପୁର, ପୁରୁଷୋତ୍ତମପୁର ପ୍ରଭାବତି ହୋଇଛି । ତେଣୁ ହେଲିକପ୍ଟର ସହାୟତା ଲୋଡ଼ିଛନ୍ତି ଗଞ୍ଜାମ ଜିଲ୍ଲାପାଳ । ସେହିଭଳି ରାୟଗଡ଼ାରେ ଅନେକ ସ୍ଥାନରେ ଗଛ ପଡ଼ି ଯୋଗାଯୋଗ ବିଛିନ୍ନ ହୋଇଛି । ତେଣୁ ତୁରନ୍ତ ଅଧିକ ଉଦ୍ଧାରକାରୀ ଦଳ ପଠାଇବାକୁ ଜିଲ୍ଲାପାଳ ଅନୁରୋଧ କରିଛନ୍ତି । ବନ୍ୟା ବିପନ୍ନଙ୍କୁ ରନ୍ଧା ଖାଦ୍ୟ ଏବଂ ମାଗଣାରେ ଔଷଧ ଯୋଗାଇଦେବାକୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Comments are closed.