ଆଜି ନବରଙ୍ଗପୁର ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

26

ଆଜି ନବରଙ୍ଗପୁର ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଉମରକୋଟ ଓ ଡାବୁଗାଁଠାରେ ବିଭିନ୍ନ ଉନ୍ନୟନମୂଳକ ଯୋଜନାର ଶୁଭାରମ୍ଭ କରିବେ । ଏଥିସହ ନବରଙ୍ଗପୁର ସର୍କିଟ ହାଉସରେ ମଧ୍ୟ ବିଭିନ୍ନ ଯୋଜନାର ଶୁଭାରମ୍ଭ କରିବା ସହ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଉମରକୋଟ ଓ ଡାବୁଗାଁରେ ମାଓବାଦୀଙ୍କ ଗତିବିଧିକୁ ନଜରରେ ରଖି ବିଏସଏଫ ଯବାନଙ୍କୁ ମୂତୟନ କରାଯାଇଛି । ଏହାସହ ପଡୋଶୀ ଜିଲ୍ଲାମାନଙ୍କର ପୁଲିସ କର୍ମଚାରୀଙ୍କୁ ସୁରକ୍ଷା ଦାୟିତ୍ୱରେ ନିୟୋଜିତ କରାଯାଇଥିବା ଏସପି ସୂଚନା ଦେଇଛନ୍ତି ।

ଏହାସହ ଦେଖନ୍ତୁ ଏହି ଭିଡିଓ –