ଆଜିଠାରୁ ପାଞ୍ଚଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା : ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

421

ଆଜିଠାରୁ ପାଞ୍ଚଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି ବୋଲି ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ । ଆଜି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି । ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି, କେନ୍ଦୁଝର, ମୟୁରଭଞ୍ଜ ଆଦି ଜିଲ୍ଲାକୁ କାଳବୈଶାଖୀ ନେଇ ସତର୍କ କରାଯାଇଛି ।

ସେହିପରି ୯ ତାରିଖରେ ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼, ବାଲେଶ୍ୱର, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ସାମାନ୍ୟ ବର୍ଷା ସହିତ କାଳବୈଶାଖୀ ଆଶଙ୍କା ରହିଥିବା ବେଳେ ଅନ୍ୟ ସବୁ ସ୍ଥାନ ଶୁଖିଲା ରହିବ । ଏଥିସହିତ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ସମ୍ଭାବନା ରହିଛି । ଆଜି ଟିଟଲାଗଡ଼ରେ ୪୧.୫ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୮.୮ଡିଗ୍ରି ରେକର୍ଡ କରାଯାଇଛି ।

Comments are closed.