ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଛାତ୍ର କଂଗ୍ରେସର ପ୍ରତିବାଦ : ଅଭିଯୁକ୍ତଙ୍କ ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଛି ଛାତ୍ର କଂଗ୍ରେସ

36

କନକ ବ୍ୟୁରୋ : ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦ କରିଛି ଛାତ୍ର କଂଗ୍ରେସ । ଛାତ୍ର କଂଗ୍ରେସର ସଭାପତି ଇତିଶ କୁମାରଙ୍କ ନେତୃତ୍ୱରେ ମାଷ୍ଟର କ୍ୟାଂଟିନ୍ ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସୋମବାର ରାତିରେ ଏକ ଖବର କାଗଜର ସାମ୍ବାଦିକ ରମେଶ ଚନ୍ଦ୍ର ରଥଙ୍କ ଉପରକୁ ମରଣାନ୍ତକ ଆକ୍ରମଣ କରିଥିଲେ ଦୁର୍ବୃତ ।

ଭୁବନେଶ୍ୱର ଉପକଂଠ ବାଲିପାଟଣାରେ ଦୁଇ ଜଣ ଦୁର୍ବୃତ ଏକ ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କରିଥିଲେ । ରମେଶଙ୍କ କାନ୍ଧରେ ଗୁରୁତର ଆଘାତ ଲାଗିଛି । ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତି କରାଯାଇଛି । ସ୍ଥାନୀୟ ଅଂଚଳର କିଛି ଅସାମାଜିକ ବ୍ୟକ୍ତି ସାମ୍ବାଦିକଙ୍କୁ ଆକ୍ରମଣ କରିଥିବା ସଂନ୍ଦେହ କରାଯାଉଛି । ଅଭିଯୁକ୍ତଙ୍କ ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଛି ଛାତ୍ର କଂଗ୍ରେସ ।