ଦକ୍ଷିଣ ଆନ୍ଧ୍ର ଉପକୂଳ ଛୁଇଁବ ବାତ୍ୟା ଭର୍ଦା : ପ୍ରଭାବରେ ଦକ୍ଷିଣ ଓଡିଶାରେ ବର୍ଷା ସହ ଥଣ୍ଡା ପବନ ବହିବା ସମ୍ଭାବନା

23

କନକ ବ୍ୟୁରୋ : ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ବାତ୍ୟା ଭର୍ଦା ଧିରେ ଧିରେ ଘନୀଭୂତ ହେବାରେ ଲାଗିଛି । ଆଗକୁ ଏହା ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ଆସନ୍ତା ୧୨ ତାରିଖରେ ଏହି ବାତ୍ୟା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳକୁ ଛୁଇଁବା ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ଥଣ୍ଡା ପବନ ବହିବା ସହ ଦିନବେଳା ପାଗ କୋହଲା ରହିବ । ଆଭ୍ୟନ୍ତରୀଣ ଓଡିଶା ଓ ପଶ୍ଚିମ ଓଡିଶାରେ ଅଧିକ ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୁର୍ବାନୁମାନ କରିଛି ।