ବଢିଲା କାଳିଆ ଆବେଦନ ଅବଧି ! ଜାନୁଆରୀ ୧୦ ପରିବର୍ତ୍ତେ ୧୫କୁ ଘୁଞ୍ଚିଲା ‘କାଳିଆ’ ଆବେଦନର ତାରିଖ ।

616

‘କାଳିଆ’ ଯୋଜନାରେ ଆବେଦନ ଫର୍ମ ଦାଖଲ କରିବାର ତାରିଖକୁ ଘୁଞ୍ଚାଇ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରିଷ୍ଠ ଅଧିକାରୀ ମାନଙ୍କ ସହ କାଳିଆ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା କରିଥିଲେ । କାଳିଆ ଯୋଜନାରେ ସାମିଲ ହେବା ପାଇଁ ଚାଷୀ ମାନଙ୍କର ଆଗ୍ରହକୁ ଦୃଷ୍ଟିରେ ରଖି ଆବେଦନ ଫର୍ମ ଦାଖଲର ଶେଷ ତାରିଖ ଜାନୁୟାରୀ ୧୦ ତାରିଖରୁ ଜାନୁଆରୀ ୧୫ ତାରିଖକୁ ଘୁଞ୍ଚାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ ଜାନୁଆରୀ ୨୫ ତାରିଖରୁ ଆରମ୍ଭ ହୋଇ ଫେବୃଆରୀ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି । ଆବଶ୍ୟକସ୍ଥଳେ ତୃତୀୟ ପର୍ଯ୍ୟାୟ ଆବେଦନ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କାଳିଆ ଯୋଜନାରୁ ଯେପରି ଜଣେ ବି ଯୋଗ୍ୟ ଚାଷୀ ବାଦ୍ ନ ପଡେ, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।