ନୟାଗଡ ଏକ କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର

41

ନୟାଗଡ : ନୟାଗଡ ନୂଆ ଗାଁରେ ଏକ କୂଅରୁ ଯୁବକର ମୃତଦେହ ଉଦ୍ଧାର ହୋଇଛି । ଉଦ୍ଧାର ପରେ ସ୍ଥାନୀୟ ଅଂଚଳରେ ଉତେଜନା ଦେଖାଦେଇଛି । ଯୁବକଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ପ୍ରତିବାଦରେ ସ୍ଥାନୀୟ ଲୋକମାନେ ୫୭ ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବାକୁ ସେମାନେ ଦାବି କରିଛନ୍ତି । ପୁଲିସ ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଛି । ଆଜି ସକାଳୁ ନୂଆଗାଁ ବଡସାହିର କିତେନ୍ଦ୍ର ପ୍ରଧାନଙ୍କ ମୃତଦେହ ବ୍ଳକ କାର୍ଯ୍ୟାଳୟ ନିକଟ ଏକ କୂଅରୁ ଉଦ୍ଧାର ହୋଇଥିଲା । ଦମକଳ ବାହିନୀ ଘଟଣା ସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରିଥିଲା । ପୁଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଘଟଣାର ତଦନ୍ତ ଜାରି ରଖିଛି ।