ଆଜି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ! କେନ୍ଦ୍ର ନିକଟରେ ରଖିବେ ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ

127

କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ଦିଲ୍ଲୀ ଯିବେ । କେନ୍ଦ୍ର ନିକଟରେ ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉଠାଇବା ପାଇଁ ଆଜି, ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରରେ ଓଡିଶାର କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ନେଇ ଆଲୋଚନା କରିବେ ମୁ୍ଖ୍ୟମନ୍ତ୍ରୀ । କାଲି ସକାଳେ ଦିଲ୍ଲୀର ଓଡିଶା ଭବନରେ ମୁଖ୍ୟମନ୍ତ୍ରୀ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଆଗକୁ ସାଧାରଣ ନିର୍ବାଚନ ରହିଛି । ଏଭଳି ସ୍ଥିତିରେ ଅନେକ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକୁ ଠିକ ସମୟରେ ସାରିବା ବି ରାଜ୍ୟ ସରକାରଙ୍କ ପାଇଁ ଏକ ବଡ ଆହ୍ୱାନ ।

ସେପଟେ ଆଜି ଗଂଜାମ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଂଜାମ ଜିଲ୍ଲାରେ ବିଭି୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ଏକ ହଜାର ୧୧ ଶହ କୋଟିର ପ୍ୟାକେଜ ନେଇ ଯାଉଛନ୍ତି । ଆଜି ଦିନ ପ୍ରାୟ ସାଢେ ୧୧ଟାରେ ଗଂଜାମ ଜିଲାର ରଙ୍ଗେଇଲୁଣ୍ଡାରେ ଏହି କାର୍ଯ୍ୟକ୍ରମ ରହିଛି । ୭୧୬ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ସହ ୨୯୬ କୋଟି ଟଙ୍କାର ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନ ହେବ ।