ଆସନ୍ତା ୨୪ ଘଂଟା ମଧ୍ୟରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

22

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଆସନ୍ତା ୨୪ ଘଂଟା ମଧ୍ୟରେ ସମୁଦ୍ରରୁ ଦକ୍ଷିଣ ପୂର୍ବ ବାୟୁ ପ୍ରଭାବରୁ ଉତ୍ତର ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଏହା ସହ ଆଭ୍ୟନ୍ତରୀଣ ଓଡିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୨୧ ତାରିଖରୁ ବର୍ଷା ପରିମାଣ ବଢିପାରେ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ। ଓଡିଶା-ଛତିଶଗଡ – ଝାଡଖଣ୍ଡ ସୀମା ଓ ଏହାର ଆଖପାଖ ଅଂଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହେବାର ପୂର୍ବାନୁମାନ କରାଯାଉଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।