ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ : ୨୪ ଘଂଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

20

କନକ ବ୍ୟୁରୋ : ଉତ୍ତର ପଶ୍ଚିମ ବଙ୍ଗୋପସାଗରରର ଓଡିଶା ଓ ବାଂଲା ସୀମା ସମୁଦ୍ରରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ୪୮ ଘଂଟା ଭିତରେ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ରୁ ୪୮ ଘଂଟା ଭିତରେ ଉତ୍ତର ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହା ସହ ଓଡିଶା ଉପକୂଳରେ ଘଂଟାକୁ ୪୫ କିଲୋମିଟର ବେଗରେ ପବନ ବହିପାରେ । ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଆସନ୍ତା ୮ ତାରିଖ ଯାଏଁ ଏଭଳି ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।