ଆଜି ଶ୍ରୀଜୀଉଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣମା : ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

50

ପୁରୀ ବ୍ୟୁରୋ ,କନକ ନ୍ୟୁଜ୍ : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣମା । ଏଥିପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଶ୍ରୀଜୀଉଙ୍କ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ସହ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ପକ୍ଷରୁ ୫ ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଧିରେ ଧିରେ ଭକ୍ତଙ୍କ ଗହଳି ବଢିବାରେ ଲାଗିଛି ।