ପ୍ରଫୁଲ ଘଡାଇଙ୍କୁ ମିଳିଲା ନୂଆ ଦାୟିତ୍ୱ । ଖୋର୍ଦ୍ଧା, ରଣପୁର ଓ ଚିଲିକା ନିର୍ବାଚନ ମଣ୍ଡଳୀ ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ

1,268

କନକ ବ୍ୟୁରୋ: ପ୍ରଫୁଲ ଘଡାଇଙ୍କୁ ନୂଆ ଦାୟିତ୍ୱ । ବହିଷ୍କୃତ ପ୍ରତ୍ୟାହାର ପରେ ପ୍ରଫୁଲ ଘଡାଇଙ୍କୁ ପ୍ରଥମ ଥର ପାଇଁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତିନି ବିଧାନସଭା ଆସନ ପାଇଁ ତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି ନବୀନ ପଟ୍ଟନାୟକ । ବିଜେଡି ସୁପ୍ରିମୋଙ୍କ ନିଷ୍ପତି କ୍ରମେ ଖୋର୍ଦ୍ଧା, ରଣପୁର ଓ ଚିଲିକା ନିର୍ବାଚନ ମଣ୍ଡଳୀ ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ପ୍ରଫୁଲ୍ଲ ଘଡାଇଙ୍କୁ ନିଯୁକ୍ତ କରାଯାଇଛି । ସେହିଭଳି ହିନ୍ଦୋଳ ପାଇଁ ରବି ନାରାୟଣ ନନ୍ଦଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି । ନିରଂଜନ ପୁଜାରୀ ଓ ଅର୍କେଶ ସିଂହଦେଓଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ସହ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ନିଯୁକ୍ତି ଦେଇଛନ୍ତି ଦଳର ମୁଖିଆ ନବୀନ ପଟ୍ଟନାୟକ ।

https://odishasuntimes.com/

ସେହିଭଳି ସୁଶାନ୍ତ ସିଂଙ୍କୁ କୁଚିଣ୍ଡା ପର୍ଯ୍ୟବେକ୍ଷକ, ଶିଦେ୍ଧଶ୍ୱର ପ୍ରସାଦ ମିଶ୍ରଙ୍କୁ ଢେଙ୍କାନାଳ ସହ ପର୍ଯ୍ୟବେକ୍ଷକ, ଜୁଗଳ ନାୟକଙ୍କୁ କଟକ ସଂସଦୀୟ ଆସନ ପାଇଁ ସହ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ଅନ୍ୟପଟେ ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ ଏବଂ ପ୍ରକାଶ ଦାସଙ୍କୁ ରାଜ୍ୟ ସାଧାରଣ ସଂପାଦକ ର ଦାୟିତ୍ୱ ଦିଆଯିବା ସହ ମନୋଜ ନାୟକଙ୍କୁ କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ସହ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛନ୍ତି ନବୀନ ପଟ୍ଟନାୟକ ।

Comments are closed.