କନକ ବ୍ୟୁରୋ: ବାଲେଶ୍ୱର ଜିଲ୍ଲା ସିମୁଳିଆ ତହସିଲ ଅନ୍ତର୍ଗତ ତିରୁଖା ଗାଁରେ ଥିବା ଏକ ପ୍ଲାଷ୍ଟିକ କମ୍ପାନୀରେ ଅଗ୍ନିକାଣ୍ଡ ଘଟିଛି । ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି । ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ କମ୍ପାନିଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି । ଏହି ଅଗ୍ନିକାଣ୍ଡରେ ଆନୁମାନିକ ୩୦ ଲକ୍ଷ ଟଙ୍କାର ସମ୍ପତି ପୋଡି ପାଉଁଶ ହୋଇଯାଇଛି । ଅଗ୍ନିଶମ ବାହିନୀର କର୍ମଚାର ପହଁଚି ନିଆଁକୁ ଆୟତ କରିଛନ୍ତି ।