ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବରେ ବିଜ୍ଞପ୍ତି ପ୍ରକାଶ ପାଇଛି

154

କନକ ବ୍ୟୁରୋ : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏପ୍ରିଲ ୧୧ ତାରିଖରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି । ଦିନ ୧୧ଟାରୁ ଅପରାହ୍ମ ୩ଟା ପର୍ଯ୍ୟନ୍ତ ପ୍ରାର୍ଥୀମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିପାରିବେ ବୋଲି ସୂଚନା ମିଳିଛି । ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ପାଇଁ ଏପ୍ରିଲ ୧୧ ତାରିଖରେ ମତଦାନ ନିଆଯିବ । ରିଟଣ୍ଣିଂ ଅଫିସର ତଥା ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଆଜିଠାରୁ ୨୫ତାରିଖ ପର୍ଯ୍ୟନ୍ତ ଏସବୁ ଆସନ ଲାଗି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ ।

ଆଜିଠାରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଥିଲେ ମଧ୍ୟ ଏଯାଏଁ କୌଣସି ଦଳ ବର୍ତମାନ ସୁଦ୍ଧା ପ୍ରାର୍ଥୀ ତାଲିକା ଘୋଷଣା କରିନାହାନ୍ତି । କୁହାଯାଉଛି ଅନ୍ୟ ଦଳର ପ୍ରାର୍ଥୀ ତାଲିକା ପ୍ରକାଶ ପାଇନଥିବାରୁୁ ନିଜ ପ୍ରାର୍ଥୀ ତାଲିକା ପ୍ରଥମେ ଘୋଷଣା କରିବାକୁ କୌଣସି ଦଳ ମଙ୍ଗୁ ନାହାନ୍ତି । ପ୍ରାର୍ଥୀ ଚୟନକୁ ନେଇ ଦଳରେ ଚାଲିଛି ଛକାପଂଞ୍ଝା । କଂଗ୍ରେସ, ବିଜେଡି ଓ ବିଜେପିରୁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇନଥିବା ବେଳେ ପାର୍ଟି ଅଫିସ ଓ ଦଳ ମୁଖିଆଙ୍କ ବାସଭବନରେ ଆଶାୟୀ ପ୍ରାର୍ଥୀଙ୍କ ଭିଡ ବଢୁଛି ।