ଆରପାରିରେ ଉତ୍ତରାଖଣ୍ଡ ଏବଂ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ! ୯୩ ବର୍ଷ ବୟସରେ ଦେହତ୍ୟାଗ କଲେ ଏନ୍.ଡି ତିୱାରୀ ।

36

ଆରପାରିରେ ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍.ଡି ତିୱାରି । ଦୀର୍ଘଦିନ ଅସୁସ୍ଥ ହେବା ପରେ ଦୀର୍ଘଦିନ ଅସୁସ୍ଥ ରହିବା ପରେ ଗୁରୁବାର ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ନାରାୟଣ ଦତ୍ତ ତିୱାରୀଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା । ନିଜର ୯୩ତମ ଜନ୍ମତିଥିରେ ବରିଷ୍ଠ କଂଗ୍ରେସ ନେତା ତିୱାରୀଙ୍କର ବିୟୋଗ ଘଟିଛି ।

ତିୱାରୀ ୩ ଥର ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇଥିବା ବେଳେ ୨୦୦୨ରୁ ୨୦୦୭ ପର୍ଯ୍ୟନ୍ତ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଥିଲେ । ଏହାପରେ ସେ କର୍ଣ୍ଣାଟକର ରାଜ୍ୟପାଳ ଭାବେ ଅବସ୍ଥାପିତ ହୋଇଥିଲେ । ତେବେ ଦୀର୍ଘଦିନ ଧରି ସେ ଅସୁସ୍ଥ ହୋଇ ରହିଥିଲେ । ଶେଷରେ ଆଜି ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।