ରାଜ୍ୟରେ ବଢୁଛି ଗ୍ରୀଷ୍ମ ପ୍ରଭାବ ! ଆସନ୍ତା ୮ରୁ ସକାଳୁଆ ହେବ ନିମ୍ନ ଅଦାଲତା 

ରାଜ୍ୟରେ ବଢିବାରେ ଲାଗିଛି ତାପମାତ୍ର

94

କନକ ବ୍ୟୁରୋ : ରାଜ୍ୟରେ ବଢିବାରେ ଲାଗିଛି ତାପମାତ୍ରା । ଅନେକ ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁବାକୁ ବସିଲାଣି । ତେବେ ମିଳିଥିବା ସୂଚନା ଅନୁସାରେ, ଏପ୍ରିଲ ୮ ତାରିଖରୁ ରାଜ୍ୟର ସମସ୍ତ ନିମ୍ନ ଅଦାଲତ ସକାଳୁଆ ହେବ। ସକାଳ ୭ରୁ କୋର୍ଟ କାର୍ଯ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ସକାଳ ୭ଟା ୩୦ରେ କୋର୍ଟ ବସିବେ ଓ ଦିନ ୧୦ଟାରୁ ୧୦ଟା ୩୦ ମିନିଟ ପର୍ଯ୍ୟନ୍ତ ବିରତି ରହିବ। ଗ୍ରୀଷ୍ମ ଅବକାଶ ପର୍ଯ୍ୟନ୍ତ ସକାଳ କୋର୍ଟ ବ୍ୟବସ୍ଥା ଜାରି ରହିବ।

ତେବେ ବ୍ରହ୍ମପୁର, ଛତ୍ରପୁର, ଭୁବନେଶ୍ବର, କୋରାପୁଟ ସଦର ଓ ପୁରୀ ସଦରକୁ କିନ୍ତୁ ସକାଳ କୋର୍ଟ ବ୍ୟବସ୍ଥାରୁ ବାଦ୍ ଦିଆଯାଇଛି। ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରି ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲା ଓ ଦୌରା ଜଜଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି।