ଶପଥ ନେଲେ ଓଡିଶାର ନୂଆ ରାଜ୍ୟପାଳ ଗଣେଶୀ ଲାଲ୍ ! ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ହାଇକୋର୍ଟର ମୁଖ୍ୟ ବିଚାରପତି

49

କନକ ବ୍ୟୁରୋ : ଓଡିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି ପ୍ରଫେସର ଗଣେଶୀ ଲାଲ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ବିନିତ ଶରଣ । ଏହି ଅବସରରେ ତାଙ୍କୁ ଗାର୍ଡ ଅଫ୍ ଅନର ଓ ତୋପ ସଲାମି ଦିଆଯାଇଛି । ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିରୋଧୀ ଦଳ ନେତା ନରସିଂହ ମିଶ୍ର, ବିଜେପି ବିଧାୟକ ଦଳ ନେତା କେ.ଭି ସିଂଦେଓ ମଧ୍ୟ ଉପସ୍ଥିତ ଥିଲେ ।

ଗଣେଶୀ ଲାଲ ଓଡିଶାର ୪୫ତମ ରାଜ୍ୟପାଳ ଭାବେ ଦାୟିତ୍ୱ ନେଇଛନ୍ତି । ଆଜିଠାରୁ ସେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ଶପଥ ଗ୍ରହଣ ପୂର୍ବରୁ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ ଗଣେଶୀ ଲାଲ୍ ।