କାଲି ସ୍କୁଲ ବନ୍ଦ! ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ନିଷ୍ପତି

65

କନକ ବ୍ୟୁରୋ : ଆସନ୍ତାକାଲି ବର୍ଷା ପାଇଁ ଭୁବନେଶ୍ୱରର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପରିକି ରାଜ୍ୟର ସମସ୍ତ ଅଙ୍ଗନୱାଡି କେନ୍ଦ୍ରକୁ ଆସନ୍ତାକାଲି ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ପିଲାଙ୍କ ସୁରକ୍ଷା ପାଇଁ
ଏଭଳି ନିଷ୍ପତି ନେଇଛନ୍ତି ସରକାର ।

ଏହାଛଡା ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାରେ ବର୍ଷା ପରିସ୍ଥିତି ଦେଖି ଜିଲ୍ଲାପାଳ ମାନେ ସ୍କୁଲ ଛୁଟି ହେବ କି ନାହିଁ ତାହାର ନିଷ୍ପତି ଜିଲ୍ଲାପାଳ ନେବେ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି । ଗତ ଦୁଇ ଦିନ ରାଜ୍ୟରେ ଲଘୁଚାପ ବର୍ଷା ଜାରି ରହିଛି । ଏପରିକି ଆସନ୍ତା ୨୪ ଘଣ୍ଟାରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ତେଣୁ ଏଭଳି ସ୍ଥିତିରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ଓ ଭୁବନେଶ୍ୱରର ସମସ୍ତ ସ୍କୁଲକୁ ବନ୍ଦ କରିବାକୁ ନିଷ୍ପତି ନେଇଛନ୍ତି ।