ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସକୁ ଗୁରୁ ଦିବସ ଭାବେ ସାରା ଭାରତ ବର୍ଷରେ ପାଳନ କରାଯାଉଛି । ଶିକ୍ଷା ପ୍ରତି ଡକ୍ଟର ରାଧାକ୍ରିଷ୍ଣନଙ୍କର ଅବଦାନକୁ ମନେ ରଖିବା ପାଇଁ ତାଙ୍କ ଜନ୍ମଦିନକୁ ଗୁରୁ ଦିବସ ଭାବେ ପାଳନ କରାଯାଉଛି । ଡକ୍ଟର ରାଧାକ୍ରିଷ୍ଣନ ଏକାଧାରରେ ଜଣେ ଶିକ୍ଷକ, ଶିକ୍ଷାବିତ୍, ଦାର୍ଶନୀକ ଓ କୁଟନୀତିଜ୍ଞ ଭାବେ ବେଶ ଖ୍ୟାତି ଅର୍ଜନ କରିଥିଲେ । ଆଜି ଗୁରୁ ଦିବସ ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଗୁରୁପୂଜାର ପରମ୍ପରା ଅନୁଷ୍ଠିତ ହୋଇଥାଏ । ଯେଉଁଥିରେ ଛାତ୍ରଛାତ୍ରୀମାନେ ଗୁରୁଙ୍କୁ ଦେବତୁଲ୍ୟ ଭାବେ ପୂଜାର୍ଚ୍ଚନା କରିଥାନ୍ତି ।