ରାଜ୍ୟରେ ବନ୍ୟା ପରିସ୍ଥିତି ଉପଜୁଥିବାବେଳେ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ବସିଲା ଗୁରୁତ୍ୱପୂର୍ଣ୍ଣ ବୈଠକ !

28

କନକ ବ୍ୟୁରୋ : ରାଜ୍ୟରେ ବନ୍ୟା ପରିସ୍ଥିତି ଉପଜୁଥିବାବେଳେ ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ବନ୍ୟା ପରିସ୍ଥିତି ଦେଖାଦେଇଥିବା ଅଂଚଳ ଗୁଡିକରେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଉଥିବା ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି । ଏହାସହ ବନ୍ୟା ବିପନ୍ନଙ୍କ ସହାୟତା ପାଇଁ ଆମ ବିଭାଗ ଉଚିତ୍ ପଦକ୍ଷେପ ନେଇସାରିଛି ବୋଲି କହିଲେ ପ୍ରତାପ ଜେନା ।