ତିତିଲିର ପ୍ରଭାବ ! ରାଜ୍ୟର ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡି ସମ୍ଭାବନା, ପାଣିପାଗ ବିଭାଗରୁ ସତର୍କ ସୂଚନା ଜାରି

50

କନକ ବ୍ୟୁରୋ : ତିତଲି ପ୍ରଭାବରେ ଆଜି ସାରା ରାଜ୍ୟର ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୧୫ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଦିନ ୧୧ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଆଂଚଳିକ ପାଣିପାଗ କେନ୍ଦ୍ର ତରଫରୁ ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳରେ ପ୍ରବଳ ବର୍ଷା ହେବ । ସେହିପରି ଅନୁଗୁଳ ସମ୍ବଲପୁର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, କନ୍ଧମାଳ, ସୁନ୍ଦରଗଡ ଓ ଦେବଗଡରେ ଭୀଷଣ ବର୍ଷାର ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ସେପଟେ ତିିତଲିର ମୋଡ ବଦଳାଇ ପଶ୍ଚିମବଙ୍ଗର ଗାଙ୍ଗେୟ କ୍ଷେତ୍ର ଆଡକୁ ମୁହାଁଉଛି । ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ବର୍ତମାନ ଭବାନୀପାଟଣାର ପୂର୍ବ-ଉତ୍ତର-ପୂର୍ବ ଦିଗରେ ରହିଛି । ଏହାର ପ୍ରଭାବରେ ଘଂଟାପ୍ରତି ୯୦ରୁ ୧୦୦କିମି ବେଗରେ ପବନ ବହୁଛି । ତିତଲି ଧୀରେ ଧୀରେ ଦୁର୍ବଳ ହେଉଛି । ଏହା ଆହୁରି ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ଅନ୍ୟପଟେ ଏହାର ପ୍ରଭାବରେ ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗିରହିଛି । ସେହିପରି ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । ଏହି ସମୟ ମଧ୍ୟରେ ଗଜପତି, ଗଂଜାମ, ପୁରୀ,ରାୟଗଡା, କୋରାପୁଟ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡା,ଖୋର୍ଦ୍ଧା,ନୟାଗଡ,କଟକ, ଯାଜପୁର, ଢ଼େଙ୍କାନାଳ,ଅନୁଗୁଳ,ଭଦ୍ରକ,ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲାମାନଙ୍କ ପାଇଁ ରେଡୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।