ରାଜ୍ୟର ୨୨ଟି ଜିଲ୍ଲାରେ କୁଆପଥର ମାଡ଼ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ! ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

53

କନକ ବ୍ୟୁରୋ : ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୨୨ଟି ଜିଲ୍ଲାକୁ ନେଇ ମଙ୍ଗଳବାର ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉକ୍ତ ଜିଲ୍ଲା ଗୁଡ଼ିକରେ କୁଆପଥର ମାଡ଼ ସହ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି,ନବରଙ୍ଗପୁର, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼,ଜୟପୁର, ଭଦ୍ରକ,ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ ଓ ନାୟାଗଡ଼ । ଏହି ଜିଲ୍ଲାମାନଙ୍କ ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁଆପଥର ବର୍ଷା ସହିତ ପ୍ରବଳରୁ ଅତି ପ୍ରବଳ ବେଗରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ତେଣୁ ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି । ସେହିପରି ସମୁଦ୍ରରେ ଗାଧୋଇବାକୁ ବି ବାରଣ କରାଯାଇଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବା ସହିତ ଓଡ଼ିଶାର ଅନ୍ୟ ସ୍ଥାନର ପାଗ ଶୁଖିଲା ରହିବ । ମାଲକାନଗିରିରେ ସର୍ବାଧିକ ତାପମାତ୍ର ୩୯.୩ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ର ୨୦.୫ଡିଗ୍ରୀ ରେକର୍ଡ କରାଯାଇଛି ।