ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ! ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

95

କନକ ବ୍ୟୁରୋ : ଉତ୍ତର -ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ଉପକୂଳ ଓ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଂଜାମ ,ଗଜପତି, କଟକ, ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡାରେ ଲଘୁଚାପଜନିତ ବର୍ଷାର ସମ୍ଭାବନା ଅଧିକ ରହିଛି । ତେବେ ମୌସୁମୀ ଓଡିଶା ଛୁଇଁବାକୁ ଆହୁରି ୨ ଦିନ ବିଳମ୍ବ ହୋଇପାରେ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।