କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହିତ ଘଡ଼ଘଡ଼ି ବିଜୁଳି ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, କଟକ, ମଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ବଲାଙ୍ଗୀର ଓ ବରଗଡ଼ ଆଦି ରହିଛି । ସେହିପରି ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଓ ବାଲେଶ୍ୱର ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ଏହି ସମସ୍ତ ଜିଲ୍ଲାର ବାସିନ୍ଦାଙ୍କୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା : ବଜ୍ରପାତ ଆଶଙ୍କା କରି ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
/kanak/media/post_attachments/wp-content/uploads/2019/07/RAIN-2-2.jpg)