ଆସନ୍ତା ୩ଦିନ ଧରି ପ୍ରବଳ ବର୍ଷିବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି, ୭୨ ଘଣ୍ଟା ଧରି ପ୍ରବଳ ବର୍ଷିବ।

63

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ତେଣୁ ଆଜିଠାରୁ ୭୨ ଘଣ୍ଟା ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ବୋଲି ସୁଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାସହ ରାଜ୍ୟର ଅନେକ ସ୍ଥାନରେ ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରଙ୍କ ସୁଚନା । ତେବେ ୪୮ ଘଣ୍ଟା ପର୍ଯ୍ୟନ୍ତ ସମୂଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପାଣିପାଗ କେନ୍ଦ୍ର ତରଫରୁ ପରାମର୍ଶ ଦିଆଯାଇଛି ।

ସୁଚନା ମୁତାବକ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡା ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିଭଳି ନୟାଗଡ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେଉଁଝର, ଅନୁଗୁଳ, ରାୟଗଡା, ବୌଦ୍ଧ ଏବଂ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଅନ୍ୟପଟେ ଆସନ୍ତା ଆସନ୍ତା କାଲି ସମ୍ବଲପୁର, ସୋନପୁର, ବରଗଡ଼ , ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, କେଉଁଝର, କନ୍ଧମାଳ, ଢେଙ୍କାନାଳ ଭଳି ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ । ସୋନପୁର ,ସମ୍ବଲପୁର, ବଲାଙ୍ଗୀର ନୂଆପଡା ଭଳି ଅନେକ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।