ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି : ପ୍ରଭାବର ଉପକୂଳ ଓ ପଶ୍ଚିମରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା, ୬ ଜିଲ୍ଲାକୁ ଅରେଂଜ ଆଲର୍ଟ

1,069

କନକ ବ୍ୟୁରୋ : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉପକୂଳ ଓ ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ପଶ୍ଚିମ ଓଡିଶା ସହିତ ଉପକୂଳ ଓଡିଶାର କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି । ତେବେ ଏହାର ପ୍ରଭାବରୁ ଆଜି ଠାରୁ ଆସନ୍ତା ୪୮ ଘଂଟା ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ଆଂଚଳିକ ପାଣିପାଗ ବିଭାଗ ।

କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ପ୍ରବଳରୁ ପ୍ରବଳ ବର୍ଷା ସତର୍କତା ରହିଥିବାରୁ ଏଥିପାଇଁ ଅଂରେଜ ଆଲର୍ଟ ଜାରି ହୋଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଆଗୁଆ ସତର୍କତା ଅବଲମ୍ୱନ କରାଯାଇଛି । ଲଘୁଚାପ ପ୍ରଭାବରେ ୨୪ ଓ ୨୫ ତାରିଖ ସମୁଦ୍ର ଅଶାନ୍ତ ରହିବ । ସେଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।